ସାମୁଦ୍ରିକ ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ପ୍ରଭାବରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲାରେ ପ୍ରବଳ ବର୍ଷିବ। କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ନବରଙ୍ଗପୁର ଜିଲ୍ଲାରେ ମାତ୍ରାଧିକ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ସେଥିପାଇଁ ପ୍ରବଳ ବର୍ଷା ଆଶଙ୍କା ରହିଥିବା ୫ ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି।

ଖବର ଅନୁଯାୟୀ ଛୁଟି ବାତିଲ ନେଇ ସବୁ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କୁ କୃଷି ବିଭାଗ ଚିଠି ଲେଖାଯାଇଛି। ଡିସେମ୍ବର ୩ରୁ ୬ ତାରିଖ ଯାଏଁ ଛୁଟି ବାତିଲ ସହ ସତର୍କ ରହିବାକୁ ଦିଆଯାଇଛି ନିର୍ଦ୍ଦେଶ। ଏହାଛଡା ଅମଳ ହୋଇଥିବା ଫସଲର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଥିବା ବେଳେ ୪ ତାରିଖ ପୂର୍ବରୁ ବିଭିନ୍ନ ଫସଲ ଅମଳ କରିନେବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ ପାଣିପାଗ ବିଭାଗ କହିଛି ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍’ ଡିସେମ୍ବର ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂବର୍ତ୍ତୀ ଅଞ୍ଚଳ ନେଲୋର୍‌ ଓ ମଛିଲିପଟନମ୍‌ ମଧ୍ୟରେ ସ୍ଥଳଭାଗକୁ ପ୍ରବେଶ କରିବ। ତେଣୁ ଘଣ୍ଟା ପ୍ରତି ୮୦ରୁ ୯୦ କିଲୋମିଟର୍‌ ବେଗରେ ପବନ ଓ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଡିସେମ୍ବର ୪ ତାରିଖ ଦିନ ଦକ୍ଷିଣ ଉପକୂଳ ଓ ତତ୍‌ସଂଲଗ୍ନ ଦକ୍ଷିଣ ଅଭ୍ୟନ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button