ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ଵର : ଆସନ୍ତାବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ।

ଖବର ଅନୁଯାୟୀ ବୁଧବାର ସାମ୍ବାଦିକ ସମ୍ମିଳନୀରେ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ଫେବ୍ରୁଆରୀ ୨୦ ତାରିଖରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ ଓ ୨୮ରେ ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ। ମାର୍ଚ୍ଚ ୨ରେ ବିଜ୍ଞାନ ଓ ୪ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୨୯୯୧ଟି କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ପିଲା ପରୀକ୍ଷା ଦେବେ। ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତି କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button