Thu. Jun 27th, 2019
238 views

ବିଦ୍ୟା ଷ୍ଟଡ଼ି ପଏଣ୍ଟରେ ରଜ ଉତ୍ସବ

ସେୟାର କରନ୍ତୁ:-

ରାଉରକେଲା : ଆଜି ରଜ ଊତ୍ସବର ପହିଲି ରଜରେ ସାରନଗରୀ ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡ଼ି ପଏଂଟ ଠାରେ
ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ରଜ ଉତ୍ସବ ପାଳନ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା ।ପ୍ରବନ୍ଧ ପ୍ରତିଯୋଗିତାରେ ‘ଓଡ଼ିଆ ପରିବାରରେ ରଜ’, ଚିତ୍ରାଙ୍କନରେ ‘ରଜ ଦୋଳି ଖେଳୁଥିବା ଜଣେ ଯୁବତୀ’ ଓ ଝୋଟି ପ୍ରତିଯୋଗିତାରେ ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ । ଏହି ଅବସରରେ ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ ବେହେରା ରଜ ଉତ୍ସବରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଓଡ଼ିଆର ଗଣପର୍ବ ରଜ ସମନ୍ଧରେ ସଂକ୍ଷିପ୍ତ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଅନୁଷ୍ଠାନ ପକ୍ଷରୁ ଚନ୍ଦ୍ରଶେଖର ମୁନ୍ନୀ, ସୁନୀଲ ସାମଲ, ଅଧ୍ୟାପକ, ଅଧ୍ୟାପିକା ମାନେ ଉପସ୍ଥିତ ଥିଲେ । ଆଜି ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ଆସନ୍ତା ୧୬ ତାରିଖରେ ପୁରସ୍କୃତ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ମିଳିଛି ।

ସେୟାର କରନ୍ତୁ:-

Leave a Reply

Your email address will not be published. Required fields are marked *