ପାଖେଇଲାଣି ‘ବାତ୍ୟା’ : ସ୍ଥଳଭାଗରୁ ୯୦ କି.ମି. ଦୂରରେ

ଭୁବନେଶ୍ବର : ସାମୁଦ୍ରିକ ଝଡ଼ ‘ଗୁଲାବ୍’ର ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ‘ଗୁଲାବ୍’ ଗୋପାଳପୁରଠାରୁ ୯୦ କିଲୋମିଟର ଦୂରରେ ରହିଛି। ପୂର୍ବରୁ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ଗତି କରୁଥିବା ବାତ୍ୟା ଏବେ ୧୯ କିଲୋମିଟର ବେଗରେ ଗତି କରୁଛି। ବର୍ତ୍ତମାନ ଏହାର ଗତିପଥକୁ ଡପଲର୍ ରାଡାର ସାହାଯ୍ୟରେ ଅନୁଧ୍ୟାନ କରାଯାଉଛି। ବିଶାଖପାଟଣା ଓ ଗୋପାଳପୁରସ୍ଥିତ ପାଣିପାଗ ବିଭାଗର ଡପଲର୍ ରାଡାର ଜରିଆରେ ବାତ୍ୟାର ପର୍ଯ୍ୟବେକ୍ଷଣ ଜାରି ରହିଛି।

ବାତ୍ୟା ଓଡ଼ିଶାର ଗୋପାଳପୁରର ପୂର୍ବ-ଦକ୍ଷିଣପୂର୍ବ ଦିଗର ୯୦ କିଲୋମିଟର ଦୂର ଏବଂ ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମର ପୂର୍ବ-ଉତ୍ତରପୂର୍ବ ଦିଗରେ ୧୧୦ କିଲୋମିଟର୍ ଦୂରରେ ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଏହି ସାମୁଦ୍ରିକ ବାତ୍ୟା ଘଣ୍ଟାପ୍ରତି ୧୯ କିଲୋମିଟର ବେଗରେ ଗତ ୬ ଘଣ୍ଟା ଧରି ପଶ୍ଚିମାଭିମୁଖୀ ହୋଇ ଗତି କରୁଛି। ଏହା ପଶ୍ଚିମାଭିମୁଖୀ ହୋଇ ଆଜି ସଂଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ମଧ୍ୟରେ ଦକ୍ଷିଣ ଓଡ଼ିଶାର କଳିଙ୍ଗପଟ୍ଟନମ୍ ଓ ଗୋପାଳପୁର ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Back to top button