ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

ଭୁବନେଶ୍ଵର : ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ। ୧୩ରେ ଗଣତି ହେବ ବୋଲି
ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଘୋଷଣା କରିଛନ୍ତିା

ବୁଧବାର ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ଦେଇଥିବା ସୂଚନା ଅନୁଯାୟୀ ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ହେବ। ମେ’ ୧୩ରେ ଗଣତି। ଏପ୍ରିଲ ୧୩ ତାରିଖରେ ଏନେଇ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲ କରିବେ। ୨୧ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହେବ।

ଝାରସୁଗୁଡ଼ାରେ ୨ ଲକ୍ଷ ୨୧ ହଜାର ଭୋଟର। ସେଥିମଧ୍ୟରୁ ପୁରୁଷ ୧ ଲକ୍ଷ ୧୦ ହଜାର ଓ ମହିଳା ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ଆସନଟି ଖାଲି ପଡିଥିଲା ।

ଝାରସୁଗୁଡ଼ା ଉପନିର୍ବାଚନ ତାରିଖ ଘୋଷଣା ପରେ କଂଗ୍ରେସ ବରିଷ୍ଠ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ୫ ଜଣିଆ ଟିମ ଗଠନ କରିଛି। ଟିମର ରିପୋର୍ଟ ଆସିବା ପରେ ଦଳ ପ୍ରାର୍ଥୀ ଘୋଷଣା କରିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button