Fri. Nov 15th, 2019

୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ। ତେଣୁ ଆଜି ସନ୍ଧ୍ୟା ୭ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ କ୍ଷୀଣ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେହିପରି ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣବଳୟ ମଧ୍ୟ ରହିଛି। ଏହାର ପ୍ରଭାବରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ସ୍ଥିତି ଉପୁଜିବାର ଆଶଙ୍କା କରାଯାଉଛି। ତେଣୁ ଆବଶ୍ୟକ ପଦକ୍ଷେପ ସହ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହମବତୀ, ପିଇବା ପାଣି ଓ ଔଷଧ ଆଦି ମହଜୁଦ କରି ରଖିବାକୁ କୁହାଯାଇଛି।

Leave a Reply

Your email address will not be published. Required fields are marked *