କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ପ୍ରାର୍ଥୀପତ୍ର ଦାଖଲ

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ନିଜର ସମର୍ଥକ ଓ ବରିଷ୍ଠ ନେତାଙ୍କ ସହ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ଭରିଛନ୍ତି ନିଜର ନାମାଙ୍କନ। ଏହି ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ତରୁଣ ହେଉଛନ୍ତି ୩ ଥରର ଝାରସୁଗୁଡ଼ା ବିଧାୟକ ସ୍ଵର୍ଗତ ବୀରେନ୍ ପାଣ୍ଡେଙ୍କ ପୁଅ।

Leave a Reply

Your email address will not be published. Required fields are marked *

Back to top button