ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପିର ଟିମ୍ ଗଠନ

ଭୁବନେଶ୍ୱର : ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ। ଏଥିରେ ବିଜେପି ଯେପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଦୁଇଟି ଟିମ୍ ଗଠନ କରିଛନ୍ତି। ସାଂସଦ ଜୁଏଲ ଓରାମ ଓ ସୁରେଶ ପୂଜାରୀଙ୍କ ନେତୃତ୍ବରେ ଦୁଇଟି ପୃଥକ ଟିମ୍ ଗଠନ ହୋଇଛି। ଜୁଏଲ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି କେ.ଭି.ସିଂହଦେଓ, ସାଂସଦ ସୁରେଶ ପୁଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରବି ନାରାୟଣ ନାଏକ ଓ ଗୋଲକ ମହାପାତ୍ର ସଦସ୍ୟ ଅଛନ୍ତି।

ସେହିପରି ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପ୍ରଚାର କମିଟିରେ ସାଂସଦ ପ୍ରତାପ ଷଡ଼ଙ୍ଗୀ, ସଙ୍ଗୀତା ସିଂହଦେଓ, ନିତେଶ ଗଙ୍ଗଦେବ, ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ଶଙ୍କର ଓରାମ, ନାଉରୀ ନାୟକ, ସୁବାସ ପାଣିଗ୍ରାହୀ, ନିତ୍ୟାନନ୍ଦ ଗଣ୍ଡ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ମୁକେଶ ମହାଲିଙ୍ଗ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏବଂ ବରିଷ୍ଠ ନେତା ରଞ୍ଜନ କୁମାର ପଟେଲ ପ୍ରମୁଖ ସଦସ୍ୟ ଅଛନ୍ତି।

Leave a Reply

Your email address will not be published. Required fields are marked *

Back to top button