ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ଵର : ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଏନେଇ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି।

ମଙ୍ଗଳବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏଠାରେ ଅବସ୍ଥାପିତ ଆଇଏଏସ୍‌ ଇନ୍ଦ୍ରମଣୀ ତ୍ରିପାଠୀଙ୍କର ବଦଳି ହୋଇଛି। ତାଙ୍କୁ ମିଳିଛି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଦାୟିତ୍ଵ। ଏଥିସହିତ ଏସ୍‌ସିଏସ୍‌ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ଵ ତୁଲାଇବେ।

ସୂଚନାଯୋଗ୍ୟ ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ସରୋଜ କୁମାର ସାମଲଙ୍କର ଗତ ୬ ତାରିଖ ଦିନ ବଦଳି ହୋଇଥିଲା। ତାଙ୍କ ସ୍ଥାନରେ ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ ଦାୟିତ୍ଵ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *

Back to top button