ଶୁକ୍ରବାରରୁ ଜୁନ୍‌ ୧୬ ଗ୍ରୀଷ୍ମକାଳୀନ ସ୍କୁଲ୍‌ ଛୁଟି

ଭୁବନେଶ୍ଵର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠାରୁ ରାଜ୍ୟର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ (ସରକାରୀ ଓ ବେସରକାରୀ) ସ୍କୁଲ୍‌କୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ସାଧାରଣତଃ ମେ’ ମାସରେ ଗ୍ରୀଷ୍ମକାଳୀନ ସ୍କୁଲ୍‌ ଛୁଟି ହୋଇଥାଏ। କିନ୍ତୁ ଏବର୍ଷ ଏହି ଛୁଟି ଆଗୁଆ ଘୋଷଣା କରାଯାଇଛିା ରାଜ୍ୟରେ ବଢ଼ି ଚାଲିଥିବା ଖରାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଆସନ୍ତାକାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ଘୋଷଣା ହୋଇଛି।

ସ୍କୁଲ୍‌ ଛୁଟି ନେଇ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ପ୍ରବଳ ତାତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଛୁଟି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ କ୍ୟାଲେଣ୍ଡର ଅନୁସାରେ ଜୁନ୍‌ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ ବନ୍ଦ ରହିବ। ସ୍କୁଲ୍‌ ଖୋଲିବା ନେଇ ଯଦି କିଛି ପରିବର୍ତ୍ତନ ଆବଶ୍ୟକ ହୁଏ ତେବେ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।

Leave a Reply

Your email address will not be published. Required fields are marked *

Back to top button