ଆଳିରେ ଡଙ୍ଗା ବୁଡି : ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର : ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ। ଘୋଷଣା କରିଛନ୍ତି ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ପ୍ରଦାନ କରାଯିବ।

କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବ ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button