ଠକେଇ ମାମଲାରେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ୨ ଗିରଫ

ଭୁବନେଶ୍ଵର : ଠକେଇ ମାମଲାରେ ଜଣେ ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ସମେତ ବରିଷ୍ଠ କିରାଣୀ ଓ ପୂର୍ବତନ ଏଲଆଇସି ଏଜେଣ୍ଟଙ୍କୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗତକାଲି ଗିରଫ କରିଥିଲା। ଆଜି ସମସ୍ତଙ୍କୁ ଜେଏମଏଫସି କେର୍ଟରେ ହାଜର କରାଯାଇଛି।

ଖବର ଅନୁଯାୟୀ କଟକ ଅର୍ବାନ କୋପରେଟିଭ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟବ୍ରତ ପଣ୍ଡାଙ୍କ ଅଭିଯୋଗ ଉପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତମାନେ ୨୦୧୯ରୁ ୨୦୨୧ ମଧ୍ୟରେ ୩ଜଣଙ୍କୁ ନକଲି ଏଲଆଇସି ସାର୍ଟିଫିକେଟ୍ ଜରିଆରେ ୩.୮୨ କୋଟି ଟଙ୍କାର ୮ଟି ଋଣ ଦେଇଥିଲେ। ଏହାର ପରିମାଣ ଏବେ ୪.୧୩ କୋଟିରେ ପହଞ୍ଚିଥିବା ଜଣାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ଅର୍ବାନ କୋପରେଟିଭ ବ୍ୟାଙ୍କ ନୂଆପାଟଣା ଶାଖାର ଅବସରପ୍ରାପ୍ତ ଶାଖା ପରିଚାଳକ ଶେଖ୍ ଅବଦୁଲ ହାୟୀ, ଖ୍ରୀଷ୍ଟ ମହାବିଦ୍ୟାଳୟର ସଂପ୍ରସାରଣ କାଉଣ୍ଟରର ବରିଷ୍ଠ ସହାୟକ ପ୍ରକାଶ କୁମାର ମହାପାତ୍ର ଓ ପ୍ରାକ୍ତନ ଏଲଆଇସି ଏଜେଣ୍ଟ ମୁସ୍ତାକିମ୍ ରଜା।

Leave a Reply

Your email address will not be published. Required fields are marked *

Back to top button