ମଣିପୁରରେ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

ଇମ୍ପାଲ : ଭାରତର ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ଦଙ୍ଗା। ଆଦିବାସୀ ଓ ମୈତୈ ସଂପ୍ରଦାୟ ମଧ୍ୟରେ ସୃଷ୍ଟି ହୋଇଥିବା ଭୟଙ୍କର ସଂଘର୍ଷ। ବିଭିନ୍ନ ସ୍ଥାନରେ ପୋଡ଼ାଜଳା ଓ ହିଂସାକାଣ୍ଡ ଯୋଗୁ ସ୍ଥିତି ଅଣାୟାତ୍ତ ହେବାରୁ ବିକ୍ଷୋଭକାରୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦେଇଛନ୍ତି।

ଖବର ଅନୁଯାୟୀ ରାଜ୍ୟର ୮ଟି ଜିଲ୍ଲାରେ ହିଂସା କାଣ୍ଡ ଘଟିବ ଯୋଗୁ ସେଠାରେ ଧାରା ୧୪୪ ସହିତ ଆସନ୍ତା ୫ଦିନ ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି। ଆସାମ ରାଇଫଲ୍ସର ୩୪ କମ୍ପାନୀ ଓ ସେନାର ୯ କମ୍ପାନୀ ମୁତୟନ କରାଯାଇଛି। ଆଉ ଶୁଟ ଆଟ ସାଇଟ୍‌ ପ୍ରସ୍ତାବ ମଣିପୁର ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳଙ୍କ ପାଖକୁ ପଠା ଯାଇଥିଲା। ରାଜ୍ୟପାଳ ଏହା ଉପରେ ମୋହର ମାରିଛନ୍ତି। ଲୋକଙ୍କୁ ଘର ଭିତରେ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ରାଜ୍ୟର ମୋଟ ଜନସଂଖ୍ୟାର ୫୩ ପ୍ରତିଶତ ହେଉଛନ୍ତି ମୈତୈ ସଂପ୍ରଦାୟର ଲୋକ। ସେମାନେ ମଣିପୁରର ଆଦିମ ଅଧିବାସୀ କହୁଥିବା ବେଳେ ଅନୁସୂଚିତ ଜନଜାତି ବର୍ଗରେ ସାମିଲ କରିବାକୁ ଦାବି କରୁଛନ୍ତି। ଆଦିବାସୀ ଛାତ୍ର ସଙ୍ଗଠନ ‘ଆଦିବାସୀ ଏକତା ମୋର୍ଚ୍ଚା’ ଏହାକୁ ବିରୋଧ କରୁଛି। ମଇ ୩ ତାରିଖରେ ‘ଆଦିବାସୀ ଏକତା ମୋର୍ଚ୍ଚା’ ପକ୍ଷରୁ ଏହା ବିରୋଧରେ ଶୋଭାଯାତ୍ରା ବାହାରିଥିଲା। ଏଥିରେ ହଜାର ହଜାର ସଂଖ୍ୟାରେ ଲୋକେ ସାମିଲ ହୋଇଥିଲେ। କିନ୍ତୁ ଏହି ସମୟରେ ଉଭୟ ଆଦିବାସୀ ଓ ଅଣଆଦିବାସୀ ମୁହାଁମୁହିଁ ହୋଇଥିଲେ। ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ୍‌ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲା। ତଥାପି ବିଭିନ୍ନ ଜିଲ୍ଲାରେ ଏହାକୁ ନେଇ ପୋଡ଼ାଜଳା ଦେଖିବାକୁ ମିଳିଛି। ହିଂସା କ୍ଷତିଗ୍ରସ୍ତ ଅଞ୍ଚଳରୁ ଇତି ମଧ୍ୟରେ ୯ ହଜାର ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ଆଶ୍ରୟ ସ୍ଥଳରେ ରଖାଯାଇଛି। ଉଦ୍ଧାର ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button