ରବିବାରରୁ ତାତି ବଢିବ

ଭୁବନେଶ୍ଵର : ରାଜ୍ୟରେ ଆସନ୍ତାକାଲିଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଥିବା ବେଳେ ୧୫, ୧୬ ଓ ୧୭ ତାରିଖ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି।

ଶନିବାର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଚଳିତମାସ ୧୫ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ସୋନପୁର ଜିଲ୍ଲା ପାଇଁ ଜାରି ହୋଇଛି ହିଟ୍‌ ୱେଭ ୱାର୍ଣ୍ଣି। ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୋଳ, ଦେବଗଡ, ବୌଦ୍ଧ ଓ ବଲାଙ୍ଗିର ଏବଂ ୧୭ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣି ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button