ଗ୍ରୀଷ୍ମ ପ୍ରବାହ ଆହୁରି ୫ ଦିନ

ଭୁବନେଶ୍ଵର : ରାଜ୍ୟରେ ଆହୁରି ପାଞ୍ଚଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି ପରିସ୍ଥିତି ଆହୁରି ପାଞ୍ଚଦିନ ଲାଗି ରହିବ। ତାପମାତ୍ରାରେ ସେପରି କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ରବିବାର ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ପଶ୍ଚିମ ଓଡ଼ିଶାରେ ତାତି ଅଧିକ ରହିବ। ୪୨ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରହିବାର ସମ୍ଭାବନା ରହିଛି। ଆଉ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି। ସେଥିପାଇଁ ଆସନ୍ତା ୫ ଦିନ ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଜପତି, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଯଦି କିଛି କ୍ଷୟକ୍ଷତି ହୁଏ ତେବେ ତୁରନ୍ତ ଜଣାଇବାକୁ ରାଜ୍ୟ ସ୍ଵତନ୍ତ୍ର ରିଲିଫ କମିଶନର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button