ନବୀନଙ୍କ ମନ୍ତ୍ରିମଣ୍ଡଳରେ ବିକ୍ରମ, ସୁଦାମ ଓ ସାରଦା ସାମିଲ

ଭୁବନେଶ୍ଵର : ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଲ ବଦଳକୁ ନେଇ ଗତ କିଛିଦିନ ଧରି ଚାଲିଥିବା ଚର୍ଚ୍ଚାର ପରିସମାପ୍ତି ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଆଜି ନୂଆ କ୍ୟାବିନେଟ ମନ୍ତ୍ରୀ ଭାବେ ସାମିଲ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

janatakhabar.in

ଖବର ଅନୁଯାୟୀ ସୋମବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ସେଠାରେ ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

janatakhabar.in

ସୂଚନାଯୋଗ୍ୟ ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଏହା ପରଠାରୁ ମନ୍ତ୍ରୀ କିଏ ହେବେ ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ତିନିଜଣ ବରିଷ୍ଠ ବିଧାୟକଙ୍କୁ ତାଙ୍କ ଟିମରେ ସାମିଲ କରି ଚର୍ଚ୍ଚାର ଅନ୍ତ ଘଟାଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button