୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଭୁବନେଶ୍ଵର : ରାଜ୍ୟର ୨୨୩ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦରମା ବନ୍ଦ। କାର୍ଯ୍ୟରେ ଅବହେଳା ଯୋଗୁଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଖବର ଅନୁଯାୟୀ ଉଚ୍ଚଶିକ୍ଷା ବିଭାଗ ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ୱେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରୁନାହାନ୍ତି। ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଗୁଡିକର ଅଧ୍ୟକ୍ଷ ଓ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ବିଭାଗୀୟ ଚିଠିର ଉତ୍ତର ନ ଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା। ଏହା ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ପାଳନ‌ର ବିଫଳତା। ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button