ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ : ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର। ଏଥିରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଖବର ଅନୁଯାୟୀ ନିୟନ୍ତ୍ରଣ ରେଖା ନିକଟସ୍ଥ ଜୁମାଗୁଣ୍ଡ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ଓ ରାଜ୍ୟ ପୋଲିସ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଅପରେସନ ସମୟରେ ଆତଙ୍କବାଦୀଙ୍କ ସହିତ ହୋଇଥିଲା ଗୁଳିବିନିମୟ। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଥିଲେ। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button