୨୩ ଓ ୨୪ରେ ପ୍ରବଳ ବର୍ଷିବ

ଭୁବନେଶ୍ଵର : ଦକ୍ଷିଣ-ପଶ୍ଚିମ ମୌସୁମୀ ଆସିବା ପୂର୍ବରୁ ଅର୍ଥାତ ଆସନ୍ତାକାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅନେକ ଅଞ୍ଚଳରେ ବର୍ଷା ହେବ। ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ପୂର୍ବାନୁମାନ କରାଯାଇଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
୨୩ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ତେବେ ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାଛଡା ୨୪ ତାରିଖରେ ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ସେହିପରି ଦେବଗଡ଼, କେନ୍ଦୁଝର, ଅନୁଗୋଳ, ସମ୍ୱଲପୁର ଓ ବରଗଡ଼ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button