Fri. Sep 20th, 2019

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ରଙ୍ଗମାଟିଆ ଅଞ୍ଚଳରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କ ନାଁ ଦୀପକ ବେହେରା ଓରଫ ଲଣ୍ଡା। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଗତକାଲି ସନ୍ଧ୍ୟାରେ ଦୀପକ ଦୋକନ ବନ୍ଦ କରି ଘରକୁ ଫେରିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ମେଡିକାଲ୍‌ ନେଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *