ଆହାର କେନ୍ଦ୍ର ପରିଚାଳନା କମିଟିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ଵର : ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଖବର ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ। ସହରମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଓ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି।

Leave a Reply

Your email address will not be published. Required fields are marked *

Back to top button