ସାରା ରାଜ୍ୟରେ ମୌସୁମୀ : ୨୭ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ଵର : ରାଜ୍ୟ‌ରେ ମୌସୁମୀ ପ୍ରଭାବରେ ମେଘୁଆ ପାଗ ଦେଖା ଦେଇଛି। ଅନେକ ସ୍ଥାନରେ ହୋଇଛି ବର୍ଷା। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ପାଣିପାଗ ବିଭାଗ ଏହି ସୂଚନା ଦେଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ବାଲେଶ୍ଵର, ଭଦ୍ରକ, ‌‌କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲା‌ର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ ମଧ୍ୟ ଅନୁରୂପ ବର୍ଷିବ। ୨୬ ତାରିଖରେ ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏହାଛଡା ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷାର ସମ୍ଭାବନା ଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button