ଆଉ ଦୁଇଦିନ ବର୍ଷିବ : ୨୮ରୁ ବଦଳିବ ପାଗ

ଭୁବନେଶ୍ଵର : ରାଜ୍ୟରେ ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି। ଆହୁରି ଦୁଇଦିନ ବର୍ଷିବା ପରେ ୨୮ ତାରିଖରୁ ପାଗ ବଦଳିବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ନିମ୍ନଚାପ ରେଖା ଓ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡିକ ମଧ୍ୟରେ ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ରହିଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାରେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ନଯିବାକୁହାଯାଇଛି। ଲଘୁଚାପଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହିତ ସହରାଞ୍ଚଳରେ ବର୍ଷା ସମୟରେ ଟ୍ରାଫିକ ସମସ୍ୟା ଉପୁଜିପାରେ। ମାଟି ଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *

Back to top button