ଏସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ : ପ୍ରବଳ ବର୍ଷିବ

ଭୁବନେଶ୍ୱର : ମୌସୁମୀ ନିମ୍ନ ଚାପ ରେଖା ଆଜି ରାଜସ୍ଥାନର ବିକେନାରରୁ ବାହାରି ଉତ୍ତର-ପୂର୍ବ ରାଜସ୍ଥାନ ଉପରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଲକ୍ଷ୍ନୌ, ବିହାରର ପାଟନାରୁ ପୂର୍ବଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହା ବାୟୁମଣ୍ଡଳରେ ୩.୧ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ଅପରାହ୍ନ ମଧ୍ୟରେ ଗଜପତି, ଗଞ୍ଜାମ ଜିଲ୍ଲାର ଅନେକ ସ୍ଥାନ ଓ ଅନ୍ୟାନ୍ୟ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button