ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶ

ଭୁବନେଶ୍ୱର : ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି। କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜ ଆଗରେ ରହିଛି।

ସେହିପରି କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି। ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି। ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି।

Leave a Reply

Your email address will not be published. Required fields are marked *

Back to top button