୪୮ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ : ବର୍ଷାର ପରିମାଣ ବଢିବ

ଭୁବନେଶ୍ଵର : ବଙ୍ଗୋପାସଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗଁ ରାଜ୍ୟର ବର୍ଷା ଲାଗି ରହିଛି। ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟିହେବ ଆଉ ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢିବ ବୋଲି କହିଛି ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button