ଓଡିଶାରେ ବର୍ଷା ଓ ଭୂସ୍ଖଳନ ସମ୍ଭାବନା

ଭୁବନେଶ୍ଵର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସତର୍କ ସୂଚନା ଅନୁଯାୟୀ ବର୍ଷା ଓ ଭୂସ୍ଖଳନ ସମ୍ଭାବନା ଥିବା ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ରହିଛି। ସେହିପରି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅକସ୍ମାତ ବନ୍ୟା ପରିସ୍ଥିତି ସୃଷ୍ଟିହେବା ସହିତ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଉଛି।

Leave a Reply

Your email address will not be published. Required fields are marked *

Back to top button