ବିଜେପିର ନୂଆ ଟିମ୍‌ ଘୋଷଣା

ନୂଆଦିଲ୍ଲୀ : ୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ୩୮ଜଣିଆ ନୂଆ ଟିମ୍‌ ଘୋଷଣା କରିଛନ୍ତି।

ଭାରତୀୟ ଜନତା ପାର୍ଟିର ଏହି ନୂଆ ଟିମରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଓଡ଼ିଶାର ବୈଜୟନ୍ତ ପଣ୍ଡା, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଓ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଛି। ସେହିପରି କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଓ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ମିଳିଛି। ୧୩ ଜଣ ହୋଇଛନ୍ତି ରାଷ୍ଟ୍ରୀୟ ଉପାଧ୍ୟକ୍ଷ। ୮ ଜଣ ରାଷ୍ଟ୍ରୀୟ ମହାମନ୍ତ୍ରୀ ଓ ୧୩ ଜଣ ରାଷ୍ଟ୍ରୀୟ ସଚିବ ହୋଇଛନ୍ତି। ଏଥିସହ ଜଣେ ଲେଖାଏ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ, ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ, କୋଷାଧ୍ୟକ୍ଷ ଓ ସହ କୋଷାଧ୍ୟକ୍ଷ ମନୋନୀତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button