ମନମୋହନଙ୍କ ନୂଆ ଟିମ୍‌ରେ ପୃଥ୍ୱୀରାଜ, ଭୃଗୁ ଓ ପ୍ରଦୀପଙ୍କ ନାଁ ନାହିଁ

ଭୁବନେଶ୍ଵର : ରାଜ୍ୟ ବିଜେପିର ବିଜେପି ୩୫ ଜଣିଆ କାର୍ଯ୍ୟକର୍ତ୍ତା ତାଲିକା ପ୍ରକାଶ ପାଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦ୍ଵାରା ଜାରି ଏହି ତାଲିକାରେ ୧୦ ଜଣ ଉପସଭାପତି, ୫ ଜଣ ସାଧାରଣ ସମ୍ପାଦକ, ୧୦ ଜଣ ସମ୍ପାଦକ ଓ ଜଣେ କୋଷାଧ୍ୟକ୍ଷ ରହିଛନ୍ତି। କିନ୍ତୁ ଧର୍ମେନ୍ଦ୍ରଙ୍କ ଅନୁଗତ କୁହାଯାଉଥିବା ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର ଓ ପ୍ରଦୀପ ପୁରୋହିତଙ୍କୁ କୌଣସି ଦାୟିତ୍ଵ ମିଲିନାହିଁ।

ଖବର ଅନୁଯାୟୀ ରାଜ୍ୟ ବିଜେପିର ଉପସଭାପତି ତାଲିକାରେ ଅଛନ୍ତି ନାଉରୀ ନାୟକ, ଅପରାଜିତା ଷଡ଼ଙ୍ଗୀ, ରବି ନାଏକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର,ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଗୋଲକ ମହାପାତ୍ର, କୁସୁମ ଟେଟେ, ସୁକେଶି ଓରାମ, ବିରଞ୍ଚିନାରାୟଣ ତ୍ରିପାଠୀ ଓ ଲେଖାଶ୍ରୀ ସାମନ୍ତସିଂହାର।

ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ତାଲିକାରେ ସାରଦା ପ୍ରସାଦ ଶତପଥୀ, ଯତୀନ ମହାନ୍ତି, ଶ୍ରୀମତି ପୂର୍ଣ୍ଣିମା କେର୍କେଟା, ସୀମାଞ୍ଚଳ ଖଟେଇ ଓ ମାନସ କୁମାର ମହାନ୍ତି ରହିଛନ୍ତି। ସେହିପରି ସମ୍ପାଦକ ଅଛନ୍ତି ରମେଶ ଚନ୍ଦ୍ର ସାହୁ, ଟଙ୍କଧର ତ୍ରିପାଠୀ, ନବୀନ ରାମ, ଶ୍ରୀମତି ସିପ୍ରା ବାଜପେୟୀ, ଅଭିମନ୍ୟୁ ସେଠୀ, ସରୋଜ କୁମାର କର, ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର, ଶ୍ରୀମତି କସ୍ତୁରୀ ମିଶ୍ର, ଶ୍ରୀମତି ପୂର୍ଣ୍ଣିମା ନାୟକ ଓ ଇରାଶିଷ ଆଚାର୍ଯ୍ୟ। ବିଜେପି ଯୁବ ମୋର୍ଚ୍ଚା ସଭାପତି ଭାବେ ଅଭିଳାଷ ପଣ୍ଡାଙ୍କୁ ନିଯୁକ୍ତି ମିଳିଥିବା ବେଳେ ମହିଳା ମୋର୍ଚ୍ଚା ସଭାପତି ହେଲେ ଡକ୍ଟର ଐଶ୍ଚର୍ଯ୍ୟା ବିଶ୍ୱାଳ ଓ ମହେଶ୍ୱର ସାହୁଙ୍କୁ କିଷାନ ମୋର୍ଚ୍ଚା ସଭାପତି ଭାବେ ଦାୟିତ୍ଵ ଦିଆଯାଇଛି। ଏସଟି ମୋର୍ଚ୍ଚା ସଭାପତି ଭାବେ ନିତ୍ୟାନନ୍ଦ ଗଣ୍ଡ, ଏସ୍‌ସି ମୋର୍ଚ୍ଚା ସଭାପତି ଭାବେ ବିଭୁପ୍ରସାଦ ତରାଇ ଓ ଓବିସି ମୋର୍ଚ୍ଚା ସଭାପତି ଭାବେ ସୁରଥ ବିଶ୍ୱାଳଙ୍କୁ ନୂଆ ଦାୟିତ୍ୱ ମିଳିଛି।

Leave a Reply

Your email address will not be published. Required fields are marked *

Back to top button