ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ଵର : ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ଖବର ଅନୁଯାୟୀ କଟକରେ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ (ଆଇଜିଆର) ଜ୍ୟୋତିପ୍ରକାଶ ଦାସ ହେବେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି। ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ। ସେହିପରି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରମାଶିଷ ହାଜରାଙ୍କର ପଶୁପାଳନ ଓ ପ୍ରାଣୀଧନ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ସେଠାରେ ଥିବା ଡଃ ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ଯୁଗ୍ମ ସଚିବ ଭାବେ ମିଳିଛି ନିଯୁକ୍ତି। ବଦଳି ହୋଇଛି।

Leave a Reply

Your email address will not be published. Required fields are marked *

Back to top button