ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ : ୩ ଓ ୪ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସେପ୍ଟେମ୍ୱର ୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଛି।

ସେହିପରି ଦୁଇ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ବୌଦ୍ଧ, ନୟାଗଡ଼, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂଭରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button