ଆଇନଜୀବୀ ଶିବଶଙ୍କର ମିଶ୍ର ଓ ନ୍ୟାୟିକ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ : ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଏଥିସହିତ କେରଳ ହାଇକୋର୍ଟ ପାଇଁ ବିଚାରପତି ସିଏସ୍‌ ସୁଧାଙ୍କୁ ଅତିରିକ୍ତ ବିଚାରପତି ଓ ଗୁଜରାଟ ହାଇକୋର୍ଟରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ବୁଡ଼ି ହାବଙ୍ଗଙ୍କୁ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତି ମିଳିଛି।

ଖବର ଅନୁଯାୟୀ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ୨୦୨୩, ଜାନୁଆରି ୧୭ରେ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାମ ସୁପାରିସ କରିଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଏହାକୁ ସମ୍ମତି ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *

Back to top button