ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା : ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରର ଦକ୍ଷିଣ-ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସୂଚନାରେ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବନୁମାନ କରାଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି

ଏହାବ୍ୟତୀତ କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button