ନୂଆଖାଇରେ ଚାଷୀଙ୍କ ଖାତାକୁ ଗଲା କାଳିଆ ସହାୟତା

ଭୁବନେଶ୍ଵର : ପଶ୍ଚିମ ଓଡିଶାର ଗଣପର୍ଣ ନୂଆଁଖାଇ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ମଧ୍ୟ ଦିଆଯାଇଛି ସହାୟତା। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମିହୀନ ଚାଷୀ ପରିବାର ଅଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି। ସେହିପରି କାଳିଆ ସହାୟତା ପାଉଥିବା ଚାଷୀମାନଙ୍କ ପିଲାମାନଙ୍କୁ ରାଜ୍ୟ ସରକାର କାଳିଆ ସ୍କଲାରସିପ ଦେଉଛନ୍ତି।

Leave a Reply

Your email address will not be published. Required fields are marked *

Back to top button