ବାଚସ୍ପତି ପଦ ପାଇଁ ପ୍ରମିଳା ମଲ୍ଲିକଙ୍କ ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ଵର : ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଆଜି ବାଚସ୍ପତି ପଦ ପାଇଁ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବକ ଓ ମନ୍ତ୍ରୀ ନୀରଂଜନ ପୂଜାରୀ ସମର୍ଥକ ରହିଥିଲେ। ଏହାସହ ବିଜେଡିର ମନ୍ତ୍ରୀ ଓ ବିଧାୟକ ମାନେ ମଧ୍ୟ ଉପସ୍ଥିତ ଥିଲେ।

ଖବର ଅନୁଯାୟୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ଆଜି ଶ୍ରୀମତୀ ମଲ୍ଲିକ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ପଦ ପାଇ ନିର୍ବାଚନ ହେବ। ଅନ୍ୟପକ୍ଷରେ ପ୍ରମିଳା ମଲ୍ଲିକ ଆଜି ରାଜସ୍ୱ ମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ ଏହି ବିଭାଗର ଦାୟିତ୍ୱ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଦିଆଯାଇଛି। ସୁଦାମ ମାରାଣ୍ଡି ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ।

Leave a Reply

Your email address will not be published. Required fields are marked *

Back to top button