ଅନୁଭବ ଓ ବର୍ଷାଙ୍କ ଆବେଦନ ପରିବାର ଅଦାଲତରେ ଖାରଜ

କଟକ : କଟକର ପରିବାର ଅଦାଲତ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି। ଏଥିସହ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆବେଦନ ମଧ୍ୟ ଖାରଜ ହୋଇଛି।

ଖବର ଅନୁଯାୟୀ କୋର୍ଟ ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିବା ବେଳେ ସ୍ୱାମୀ-ସ୍ତ୍ରୀ ଭାବେ ଏକାଠି ରହିବାକୁ ବର୍ଷା କରିଥିବା ଆବେଦନକୁ ମଧ୍ୟ ଖାରଜ କରିଦେଇଛନ୍ତି। ଅନୁଭବଙ୍କ ଓକିଲ ଲଳିତେନ୍ଦୁ ମିଶ୍ର କହିଛନ୍ତି ଆମେ ଏବେ କେବଳ କୋର୍ଟଙ୍କ ନିର୍ଦ୍ଦେଶର କାର୍ଯ୍ୟକାରୀ ଅଂଶଟିକୁ ଦେଖିଛୁ। ସେଥିରେ ଉଭୟଙ୍କ ଆବେଦନ ଖାରଜ କରାଯାଇଛି। ତେଣୁ ପୂରା ଜଜ୍‌ମେଣ୍ଟଟି ଆସିଲା ପରେ ଆମେ ତାକୁ ପୁଙ୍ଖାନୁପୁଙ୍ଖ ଭାବେ ତର୍ଜମା କରିବୁ। ଉପର କୋର୍ଟରେ ଆବେଦନ କରିବା ନେଇ ଆମ ପାଖରେ ସୁଯୋଗ ରହିଛି। ଆମେ ନିଶ୍ଚିତ ଭାବେ ଉପରକୋର୍ଟକୁ ଯିବୁ।

କୋର୍ଟଙ୍କ ରାୟ ଆସିବା ପରେ ବର୍ଷା ତାଙ୍କ ଏକ୍ସ (ପୂର୍ବର ଟ୍ୱିଟର)ରେ ଏକ ଫଟୋ ପୋଷ୍ଟ କରି ସତ୍ୟର ସବୁ ବେଳେ ଜୟ ହୁଏ ବୋଲି ଉଲ୍ଲେଖ କରିଛନ୍ତି। ସେହିପରି ନ୍ୟାୟର ସର୍ବଦା ଜୟ ହୁଏ ବୋଲି ଅନୁଭବ ଗଣମାଧ୍ୟମକୁ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button