ଚନ୍ଦାହାଣ୍ଡି ଘାଟିରେ ବସ ଓଲଟି ଖେଳ ଶିକ୍ଷକ ମୃତ, ୨୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ

ଚନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡିରେ ଘାଟିରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଉମରକୋଟ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର ପିଇଟି ଶିକ୍ଷକ ପ୍ରଭାସ କୁମାର ଜେନାଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି।

ଖବର ଅନୁଯାୟୀ ଚ଼ନ୍ଦାହାଣ୍ଡି ବ୍ଲକରେ ଜିଲ୍ଲା ସ୍ତରୀୟ କ୍ରୀଡ଼ା ଉତ୍ସବ ପାଳନ ହେଉଥିଲା। ଆଜି ସକାଳେ ଉମରକୋଟର ଶିକ୍ଷକଶିକ୍ଷୟତ୍ରୀମାନେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ନେଇ ଏକ ବସ୍‌ ଯୋଗେ ଚ଼ନ୍ଦାହାଣ୍ଡି ନେଇ ଯାଉଥିଲା। ଚ଼ନ୍ଦାହାଣ୍ଡି ଘାଟିରେ ବସ୍‌ଟି ତଳକୁ ଗଡୁଥିବା ସମୟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲା ବେଳେ ସ୍ୱାମୀ ବିବେକାନନ୍ଦ ହାଇସ୍କୁଲର ପିଇଟି ଶିକ୍ଷକଙ୍କର ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଝରି ଗାଁରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି। ଝରି ଗାଁ ପୋଲିସ ଘଟଣାର ତଦନ୍ତ କରିବା ସହ ତଦନ୍ତ କରୁଛି। ବସ୍‌ରେ ୩୦ ଜଣ ଛାତ୍ରଛାତ୍ରୀ ଥିଲେ।

Leave a Reply

Your email address will not be published. Required fields are marked *

Back to top button