୫ ଦିନ ପାଗ ଶୁଖିଲା ରହିବ : ବଢ଼ିବ ତାତି

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବିହାର, ଝାଡ଼ଖଣ୍ଡ ଓ ଛତିଶଗଡ଼ର ଆଉ କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ ପାଇଁ ସ୍ଥିତି ଅନୁକୂଳ ରହିଛି। ସେହିପରି ଗାଙ୍ଗେୟ ଉପତ୍ୟକା ପଶ୍ଚିମବଙ୍ଗ ଓ ଓଡ଼ିଶାର କିଛି ଅଞ୍ଚଳ ସମେତ କର୍ଣ୍ଣାଟକ, ତେଲେଙ୍ଗାନା. ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ କେନ୍ଦ୍ରୀୟ ଆରବ ସାଗରର ଅବଶିଷ୍ଟ ଅଂଶରୁ ଆସନ୍ତା ଦୁଇଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଯିବ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏବେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ରହିଛି। ଫଳରେ ପାଗ ଶୁଖିଲା ରହିଥିବା ବେଳେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ନାହିଁ। ରାଜ୍ୟ ଭିତରକୁ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ବାୟୁମଣ୍ଡଳରେ ଆଦ୍ରତା ଅଧିକ ରହିଥିବାରୁ ତିନିଦିନ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ହେଉଛି। ଏପରି ସ୍ଥିତି ଆଗକୁ ଆହୁରି ୫ଦିନ ଲାଗିରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button