ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଲା

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।

ଖବର ଅନୁଯାୟୀ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ହେଲା ଆଗାମୀ ୪ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନଥିବା ବେଳେ କେତେକ ସ୍ଥାନରେ ଦିନର ତାପମାତ୍ରା ସ୍ୱଭାବିକଠାରୁ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ରୁ ଅଧିକ ରହିବ। ଭୁବନେଶ୍ୱର ଆକାଶ ଆଂଶିକ ମେଘୁଆ ରହିବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button