ଲଘୁଚାପ : ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ଵର : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ରବିବାର ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଖବର ଅନୁଯାୟୀ ଲଘୁଚାପ ପରବର୍ତ୍ତୀ ୩ ଦିନରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଭିମୁଖେ ଗତି କରିବ। ତେବେ ଏହା ବାତ୍ୟା ରୂପ ନେବ କି ନାହିଁ ସେ ସଂପର୍କରେ ଆଇଏମଡି ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଏହା ଛୋଟ ବାତ୍ୟା ରୂପ ନେଇପାରେ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବରୁ ପୂର୍ବାନୁମାନ କରିଛି।

ଅବପାତର ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲା ସମେତ ମୟୁରଭଞ୍ଜ, କକନ୍ଦୁଝର, ଅନୁଗୁଳ, କେଙ୍କାନାଳ, ବୌଦ୍ଧ ,କନ୍ଧମାଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Back to top button