ସ୍ୱେଚ୍ଛାକୃତ ଅବସର ନେଲେ ଭିକେ ପାଣ୍ଡିଆନ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି। କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ତାଙ୍କ ସ୍ୱେଚ୍ଛାକୃତ ଅବସରକୁ ମଞ୍ଜୁରୀ ଦେଇଥିବା ଜଣାପଡିଛି।

ଖବର ଅନୁଯାୟୀ ଗଣମାଧ୍ୟମ ନିକଟରେ ପହଞ୍ଚିଥିବା ସୂଚନା କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟର ଅନୁସଚିବ ଭୁପିନ୍ଦର ପାଲ ସିଂ ଏ ସଂକ୍ରାନ୍ତରେ ପତ୍ର ଲେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କୁ ଅବଗତ କରିଛନ୍ତି। ସୂଚନାଯୋଗ୍ୟ ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଶ୍ରୀ ପାଣ୍ଡିଆନ ଅକ୍ଟୋବର ୨୦ ତାରିଖରେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଆବେଦନ କରିଥିଲେ। ରାଜ୍ୟ ସରକାର ଏହାକୁ ଗ୍ରହଣ କରିବା ସହ କେନ୍ଦ୍ରର ଅନୁମୋଦନ ଲାଗି ପଠାଇଥିଲେ। ଯାହାକୁ ଆଜି କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button