ଭୋଟର ତାଲିକା ସଂଶୋଧନ ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ଵର : ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରାଇଛନ୍ତିା ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମସ୍ତ ରାଜନୈତିକ ଦଳମାନଙ୍କର ସହଯୋଗ ନିତ୍ୟାନ୍ତ ପ୍ରୟୋଜନ ବୋଲି ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତିା

ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ତା.୦୧/୦୧/୨୦୨୪ରିଖକୁ ଯୋଗ୍ୟତାସୂଚକ ତାରିଖ ଭାବେ ନିଆଯାଇ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ କାର୍ଯ୍ୟକ୍ରମ ଚାଲୁରହିଛିା ଆସନ୍ତା ତା. ୨୭/୧୦/୨୦୨୩ରିଖ (ଶୁକ୍ରବାର)ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ ଓ ଚୂଡ଼ାନ୍ତ ଭୋଟର ତାଲିକା ଆସନ୍ତା ଜାନୁଆରି ତା. ୦୫/୦୧/୨୦୨୪ରିଖ (ଶୁକ୍ରବାର) ଦିନ ପ୍ରକାଶ ପାଇବ ବୋଲି ଭାରତ ନିର୍ବାଚନ ଆୟୋଗ ସୂଚନା ଦେଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ବୈଠକରେ ପ୍ରକାଶ କରିଛନ୍ତିା ଚିଠା ଭୋଟର ତାଲିକା ରାଜ୍ୟର ସମସ୍ତ ଭୋଟର ପଞ୍ଜୀକରଣ ଅଧିକାରୀ ତଥା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ ଓ ଜିଲ୍ଲାସ୍ତରରେ ରାଜନୈତିକ ଦଳମାନେ ଭୋଟର ପଞ୍ଜୀକରଣ ଅଧିକାରୀଙ୍କଠାରୁ ଚିଠା ଭୋଟର ତାଲିକାର ଏକକିତା ଲେଖାଏଁ ନକଲ କପି ପାଇପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ବୈଠକରେ ସୂଚନା ଦେଇଛନ୍ତିା

ପ୍ରକାଶିତ ଭୋଟର ତାଲିକାରେ ଥିବା ଦୋଷତ୍ରୁଟିକୁ ସୁଧାରିବା ପାଇଁ ତା. ୨୭/୧୦/୨୦୨୩ରିଖଠାରୁ ତା.୦୯/୧୨/୨୦୨୩ରିଖ ପର୍ଯ୍ୟନ୍ତ ଭୋଟରମାନଙ୍କର ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ତା.୨୬/୧୨/୨୦୨୩ରିଖ ସୁଦ୍ଧା ସମସ୍ତ ଆପତ୍ତି ଅଭିଯୋଗର ଶୁଣାଣି କରାଯାଇ ସମାଧାନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ବୈଠକରେ ସୂଚନା ଦେଇଛନ୍ତି। ୧୮-୧୯ ବର୍ଷ ବର୍ଗର ସମସ୍ତ ଯୋଗ୍ୟ ଭୋଟରମାନଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ନିମନ୍ତେ ନିର୍ବାଚନ ଆୟୋଗ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରି ଆସନ୍ତା ନଭେମ୍ବର ମାସରେ ଦୁଇଗୋଟି ରବିବାର ଯଥାନଭେମ୍ବର ୫ ତାରିଖ ଓ ନଭେମ୍ବର ୧୯ ତାରିଖ ଏବଂ ଦୁଇଗୋଟି ଶନିବାର ଯଥା-ନଭେମ୍ବର ୧୧ ତାରିଖ ଓ ନଭେମ୍ବର ୨୫ ତାରିଖକୁ ସ୍ୱତନ୍ତ୍ର ଅଭିଯାନ ଦିବସ ଭାବେ ଗ୍ରହଣ କରିଛନ୍ତିା ଏହି ୪ ଗୋଟି ସ୍ୱତନ୍ତ୍ର ଅଭିଯାନ ଦିବସଗୁଡ଼ିକରେ ରାଜ୍ୟର ପ୍ରତ୍ୟେକ ବୁଥ୍ରେ ବୁଥସ୍ତରୀୟ ଅଧ#କାରୀମାନେ ଉପସ୍ଥିତ ରହି ସମସ୍ତ ଯୋଗ୍ୟ ଭୋଟରମାନଙ୍କର ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରାଇବାରେ ସହାୟତା ପ୍ରଦାନ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତିା

ରାଜ୍ୟରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି ଯୋଗୁ (ବୁଥପ୍ରତି ସର୍ବାଧିକ ୧୫୦୦ ଭୋଟର) ନିର୍ବାଚନ ଆୟୋଗ ୨୧୬ ଗୋଟି ନୂତନ ଭୋଟ ଗ୍ରହଣ କେନ୍ଦ୍ର ସୃଷ୍ଟି କରିଛନ୍ତିା ବର୍ତ୍ତମାନ ରାଜ୍ୟରେ ସମୁଦାୟ ଭୋଟ ଗ୍ରହଣ କେନ୍ଦ୍ର ହେଉଛି ୩୭୮୦୯ ଏବଂ ଏହା ପୂର୍ବରୁ ୩୭୬୦୬ ଥିଲା। ରାଜନୈତିକ ଦଳମାନଙ୍କ ଦ୍ୱାରା ବୁଥସ୍ତରରେ ନିଯୁକ୍ତ ହୋଇଥିବା ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ମୃତ ଭୋଟରଙ୍କ ତାଲିକା ବିଏଲ୍ଓଙ୍କ ଜରିଆରେ ପ୍ରଦାନ କଲେ ସେଗୁଡ଼ିକୁ ଯାଞ୍ଚ କରାଯାଇ ଭୋଟର ତାଲିକାରୁ ମୃତ ଭୋଟରଙ୍କ ନାମ ବାଦ ଦିଆଯିବା ଏତଦ୍‌ବ୍ୟତୀତ ଭୋଟରମାନେ ଘରେ ବସି ମୋବାଇଲ୍ ମାଧ୍ୟମରେ ଭୋଟର ତାଲିକାରେ ସେମାନଙ୍କ ନାମ ଅଛି କି ନାହିଁ ଜାଣି ପାରିବୋ ନିର୍ବାଚନ ଆୟୋଗଙ୍କ ୱେବ୍‌ସାଇଟ୍‌କୁ ଯାଇ ଭୋଟର ହେଲପ୍ଲାଇନ୍ ଆପ୍‌କୁ ବ୍ୟବହାର କରି ଫଟୋ ପରିଚୟ ପତ୍ରରେ ଥିବା ନମ୍ବରକୁ ବ୍ୟବହାର କଲେ ଭୋଟରଙ୍କ ସଂପୂର୍ଣ୍ଣ ବିବରଣୀ ପାଇପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ସୂଚନା ଦେଇଛନ୍ତିା

ଏହି ସର୍ବଦଳୀୟ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସାଧାରଣ ସଂପାଦକ ଡ. ଯତୀନ ମହାନ୍ତି, ବହୁଜନ ସମାଜ ପାର୍ଟିର ଓଡ଼ିଶା ଶାଖା ରାଜ୍ୟ ମହାସଚିବ ମଧୁସୂଦନ ଯାଦବ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କସିଷ୍ଟ)ର ଦୁଷ୍ମନ୍ତ କୁମାର ଦାସ, ଭାରତୀୟ ଜାତୀୟ କଂଗ୍ରେସର ଶିବାନନ୍ଦ ରାୟ ଓ ପ୍ରକାଶ ମିଶ୍ର, ଆମ୍ ଆଦ୍ମୀ ପାର୍ଟିର ସାଧାରଣ ସଂପାଦକ ସୌମ୍ୟ ରଞ୍ଜନ ସ୍ୱାଇଁ ଏବଂ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକଙ୍କ ସମେତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଏବଂ ମିହିର ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button