ସ୍ୱରୂପ ନାୟକଙ୍କ ପରଲୋକ

କଟକ : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ଖବର ଅନୁଯାୟୀ ସ୍ୱରୂପ ନାୟକ ୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିଲେ। ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ପ୍ରାୟ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ଅଭିନୟ କରିବା ସହିତ ଗୀତ ଗାଇ ଥିଲେ।

Leave a Reply

Your email address will not be published. Required fields are marked *

Back to top button