କଂଗ୍ରେସରେ ଯୋଗଦେଲେ ବହୁ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର : କଂଗ୍ରେସର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି ଭୁବନେଶ୍ୱର ସ୍ୱାଧୀନ ସାଂସଦ ପ୍ରାର୍ଥୀ ଜୟନ୍ତ ଦାସ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହାଛଡା ପୂର୍ବତନ ବିଜୁ ମହିଳା ରାଜ୍ୟ ସଂପାଦିକା ଭାଗ୍ୟଶ୍ରୀ ଜେନା, ବିଶିଷ୍ଠ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ସାହୁ, ଅଭିନେତା କାଳିଚରଣ ଆଚାର୍ଯ୍ୟ, ଖ୍ରୀଷ୍ଟିଆନ ଆସୋସିଏସନର ସିଟି ପ୍ରେସିଡେଂଟ ମୁନା ଚାନ୍ଦ ପ୍ରମୁଖ ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି।

ଖବର ଅନୁଯାୟୀ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶଙ୍କ ସଭାପତିତ୍ୱରେ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ପ୍ରଭାରୀ ତଥା ସାଂସଦ ଡା. ଏ ଚେଲ୍ଲା କୁମାର, ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ବିଧାୟକ ତାରା ପ୍ରସାଦ ବାହିନୀପତି, ପିସିସି ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ, ଏଆଇସିସି ସଂପାଦକ ଶରତ ରାଉତ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ପିସିସି ଉପସଭାପତି ଜାନକୀ ବଲ୍ଲଭ ପଟ୍ଟନାୟକ, ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ଯୁବ କଂଗ୍ରେସ ନେତା ରଣଜିତ ପାତ୍ର, ପିସିସି ସାଧାରଣ ସଂପାଦକ ସୁବ୍ରତ ମହାପାତ୍ର, ପିସିସି ମୁଖପାତ୍ର ରଜନୀ ମହାନ୍ତି, ପିସିସି ସଂପାଦକ ସଂକୁନା କହଁର, ଭୁବନେଶ୍ୱର ଜିଲ୍ଲା ମୁଖ୍ୟ ମୁଖପାତ୍ର ଜୟଶ୍ରୀ ପାତ୍ର, ପିସିସି ସଂପାଦିକା ଜୟଶ୍ରୀ ସାମଲ, ଭୁବନେଶ୍ୱର ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ଗୀତାଞ୍ଜଳି ମହାନ୍ତି ପ୍ରମୁଖ ଯୋଗଦେଇଥିବା ନେତୃବୃନ୍ଦଙ୍କୁ ପୁଷ୍ପଗୁଚ୍ଛ ଓ ଉତରୀୟ ଦେଇ ସ୍ୱାଗତ କରି କଂଗ୍ରେସ ଦଳରେ ଗ୍ରହଣ କରିନେଇଥିଲେ।

Leave a Reply

Your email address will not be published. Required fields are marked *

Back to top button