Wed. Nov 20th, 2019

ବାତ୍ୟା ପାଇଁ ୩ଟି ଜିଲ୍ଲାରେ ସ୍କୁଲ ଛୁଟି ବଢ଼ିଲା

ଭୁବନେଶ୍ଵର : ଓଡ଼ିଶା ଉପରୁ ବାତ୍ୟା ବିପଦ ଟଳିଥିଲେ ମଧ୍ୟ ଏହାର ପ୍ରଭାବରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ତିନି ଦିନ ଯାଏ ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଆଦି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ୪ଟି ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ୍ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ପବନର ବେଗ ଅଧିକ ରହିବା ସହ ପ୍ରବଳ ବର୍ଷା ହେବ। ସେହିପରି ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜିଲ୍ଲାର ଅଧିକାରୀମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀର ଦାୟିତ୍ୱ ଦିଆଯାଇଛି। ସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଛୁଟି ବାତିଲ କରାଯାଇଥିବେଳେ ଆବଶ୍ୟକ ହେଲେ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଗତସିଂହପୁରରେ ମଧ୍ୟ ତିନିଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରଥମେ ୨ ଦିନ ଛୁଟି ଘୋଷଣା କରାଯାଇଥିଲା। ଅରେଞ୍ଜ୍ ୱାର୍ଣ୍ଣିଂ ଘୋଷଣା ପରେ ଆଉ ଗୋଟିଏ ଦିନ ଛୁଟି ବଢ଼ାଇ ଦିଆଯାଇଛି। ଡ଼ାକବାଜି ଯନ୍ତ୍ରରେ ପ୍ରଚାର କରାଯାଇ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *