ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ

ଭୁବନେଶ୍ଵର : ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଆଜି ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିଦ୍ୟୁତରଞ୍ଜନ ଷଡ଼ଙ୍ଗୀ ତାଙ୍କୁ ଶପଥ ପାଠ କରାଇଛନ୍ତି।

ଖବର ଅନୁଯାୟୀ ରାଜଭବନରେ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ କେତେକ ବିଚାରପତି ଉପସ୍ଥିତ ଥିଲେ। ଏହାପରେ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା। ଶପଥ ନେବା ପୂର୍ବରୁ ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ସକାଳେ ମହାପ୍ରଭୁ ଲିଙ୍ଗରାଜ ମଦିର ଯାଇଥିଲେ। ଲିଙ୍ଗରାଜଙ୍କ ସମେତ ଗଣେଶ ମନ୍ଦିର, ପାର୍ବତୀ ମନ୍ଦିର, ଭୁବନେଶ୍ୱରୀ ମନ୍ଦିରକୁ ଯାଇ ଦର୍ଶନ କରିଥିବା ସୂଚନା ରହିଛି।

Leave a Reply

Your email address will not be published. Required fields are marked *

Back to top button