ପଶ୍ଚିମା ଝଡ଼ ପ୍ରଭାବ : ହାଲୁକା ବର୍ଷିବ

ଭୁବନେଶ୍ଵର : ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, ଖୋର୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବନୁମାନ କରିଛି।

ଖବର ଅନୁଯାୟୀ ପାଣିପାଗ କେନ୍ଦ୍ରର ସୂଚନା ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରହିଛି। ଏହା ଶ୍ରୀଲଙ୍କା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ସହ ମିଶିବା ଫଳରେ ରାଜ୍ୟରେ ଶୁକ୍ରବାରଠାରୁ ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ।ରାତି ତାପମାତ୍ରା ବଢିବା ସହିତ ଥଣ୍ଡା କମିବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button