ଖଣ୍ଡପଡ଼ା : ଗୋଷ୍ଠୀ ସଂଘର୍ଷରେ ୧୩ ଆହତ

ନୟାଗଡ଼ : ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଖଣ୍ଡପଡ଼ାର କୁମ୍ଭାରପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ। ଦୁଇଗୋଷ୍ଠୀ ମଧ୍ୟରେ ବୋମାମାଡ଼ ଯୋଗୁ ୧୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ କୁମ୍ଭାରପଡ଼ା ଗାଁ’ରେ ପଞ୍ଚାୟତ ନିର୍ବାଚନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ତିକ୍ତତା ଲାଗି ରହିଥିଲା। ଶନିବାର ରାତିରେ ସାମାନ୍ୟ ବଚସାରୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣ ଓ ପ୍ରତିଆକ୍ରମାଣ ସହ ବୋମା ମାଡ଼ ହେବାରୁ ଉଭୟ ଗୋଷ୍ଠୀର ୧୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତମାନଙ୍କୁ ନିକଟସ୍ଥ ଗଣିଆ ଡାକ୍ତରଖାନାକୁ ପଠାଇଛି। ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ ଡାକ୍ତରଖାନା ପଠାଇଯାଇଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ସେଠାରେ ବ୍ୟାପକ ପୋଲିସ ମୃତୟନ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button