ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ଵର : ରାଜ୍ୟ ସରକାର ମିଶନ ଶକ୍ତି ବିଭାଗର ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଆଜି ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ସେ ନିଜ ବିଭାଗ ସହିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ ସତ୍ୟବ୍ରତ ସାହୁ ଏବେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

Leave a Reply

Your email address will not be published. Required fields are marked *

Back to top button