୨୬ଟି ଦିନ ପୂର୍ବରୁ ସରିଲା ବିଧାନସଭା : ଗୃହ ମୁଲତବୀ

ଭୁବନେଶ୍ଵର : ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଆଜି ଶେଷ ହୋଇଛି।

ଖବର ଅନୁଯାୟୀ ଚଳିତ ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୧ ତାରିଖ ଦିନ ଆରମ୍ଭ ହୋଇଥିଲା। ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିଥାନ୍ତା। କିନ୍ତୁ ୨୬ଟି କାର୍ଯ୍ୟ ଦିବସ ପୂର୍ବରୁ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବାକୁ ମୋସନ ଆଣିଥିଲେ। ଏହାକୁ ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା ଓ ଭୁପିନ୍ଦର ସିଂ ସମର୍ଥନ ଜଣାଇଥିଲେ। ତେବେ ଆଗୁଆ ବିଧାନସଭା ବନ୍ଦ ନିଷ୍ପତ୍ତିକୁ ବିରୋଧ କରି ବିଜେପି ଓ କଂଗ୍ରେସ ସଦସ୍ୟମାନେ କକ୍ଷ ତ୍ୟାଗ କରିଥିଲେ। ବାଚସ୍ପତି ପ୍ରମିଳା ମଲ୍ଲିକ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *

Back to top button